Pratidin TV

Odisha's Digital News Platform

ଅସୁସ୍ଥ ଖବର ଶୁଣି ମାତ୍ରେ , ରଜନୀକାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି…

1 min read

ରାଜନୀକାନ୍ତଙ୍କ ଅସୁସ୍ଥ ଖବର ଶୁଣି ଧର୍ଯ୍ୟ ଧରି ରହିପାରିଲେନି ମୋଦି ।  ସାଙ୍ଗେ ସାଙ୍ଗେ ତାଙ୍କୁ ଫୋନ କରି ତାଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ ।  ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଗତକାଲି (ସୋମବାର) ବିଳମ୍ବିତ ରାତିରେ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା  । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଛି ।  ଏବେ ବି ତାଙ୍କ ଚିକିତ୍ସା ଚାଲିଛି। ଦୁଇଦିନ ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ  କରାଯିବ ବୋଲି ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଛି । ତେବେ ରାଜନୀକାନ୍ତଙ୍କ ଅସୁସ୍ଥ ହେବାର ଖବର ଶୁଣିବା ମାତ୍ରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫୋନ କରି ସୁପରଷ୍ଟାରଙ୍କ ସ୍ବାସ୍ଥ୍ୟାବସ୍ଥା କିପରି ରହିଛି ପଚାରି ବୁଝିଥିଲେ।

କେବଳ ଏତିକି ନୁହେଁ ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ଅସୁସ୍ଥ ଥିବା ନେଇ ଖବର ପ୍ରସାରିତ ହେବା ପରେ ସୋସିଆଲ ମିଡିଆରେ ଦୁଃଖ ପ୍ରକାଶ କରିଛନ୍ତି ତାଙ୍କୁ ଭଲ ପାଉଥିବା ଫ୍ୟାନ୍ସ । ରଜନୀକାନ୍ତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସମସ୍ତେ କାମନା କରିଛନ୍ତି ।

Leave a Reply

Your email address will not be published. Required fields are marked *