Pratidin TV

Odisha's Digital News Platform

ପୁଞ୍ଜିନିବେଶ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

1 min read

ଆଜି ପୁଞ୍ଜିନିବେଶ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି। ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨0୨୫ ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ | ଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି ସେ ୨ ଦିନ ଦିଲ୍ଲୀ ଗସ୍ତ ରେ ଯାଉଛନ୍ତି ଏବଂ ଓଡିଶାକୁ ବଡ ସଂଖ୍ୟାରେ ପୁଞ୍ଜିନିବେଶକାରୀ ଆକୃଷ୍ଟ କରିବା ଲାଗି ତାଙ୍କ ଉଦ୍ୟମ ଜାରି ରହିବ | ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ଚାଲିଛି। ୨୦୨୫ ଜାନୁଆରୀରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନକ୍ଲେଭ ଆୟୋଜନ ହେବ। ଏହା ଜାନୁଆରୀ ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ଚାଲିବ।

ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ଉପରେ ପ୍ରାଥମିକତା ଦିଆଯିବ । ଏଦିଗରେ ବିଭିନ୍ନ ପୁଞ୍ଜିନିବେଶକଙ୍କ ସହ ଆଲୋଚନା କରାଯିବ । ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକରାତ୍ମକ ଇକୋସିଷ୍ଟମ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀ ଅବଗତ କରାଇବେ । ତେବେ ଆସନ୍ତା ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି।

Advertisement

ତେବେ ଖୁସିର ବିଷୟ ହେଉଛି ୧00 ଦିନ ମଧ୍ୟରେ ୪୫ ହଜାର କୋଟି ଟଙ୍କାର ପୁଞ୍ଜି ଓଡିଶାକୁ ଆସିସାରିଛି ଏବଂ ଜଗନ୍ନାଥଙ୍କ କୃପାରେ ଓଡିଶା ଶିଳ୍ପାୟନ କ୍ଷେତ୍ରରେ ଆଗେଇ ନେବା ପାଇଁ ତାଙ୍କର ପ୍ରଚେଷ୍ଟା ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି |

Leave a Reply

Your email address will not be published. Required fields are marked *