Pratidin TV

Odisha's Digital News Platform

କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ମେଳା , ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମୋହନ ସରକାର ଦେଲେ ନିଯୁକ୍ତି ପତ୍ର ।

1 min read

ଆଜି କଳିଙ୍ଗ ଷ୍ଟାଡିୟମରେ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୂ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହିସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପ୍ରଶିକ୍ଷଣ କାର୍ୟ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଛି ।

ତେବେ ଆଜି ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ। ଏନେଇ କଳିଙ୍ଗ ଷ୍ଟାଡିୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୂ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Advertisement

କାର୍ୟ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୁରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବେ ।

Leave a Reply

Your email address will not be published. Required fields are marked *