Pratidin TV

Odisha's Digital News Platform

ଚଳିତଥର ବିଳମ୍ବରେ ବିଦାୟ ନେବ ମୌସୁମୀ ବାୟୁ ..

1 min read

ଏଥର ବିଳମ୍ବରେ ବିଦାୟ ନେବ ମୌସୁମୀ । କାରଣ  ଉତ୍ତର ବଙ୍ଗୋପସାଗରରେ ମୌସୁମୀ ନିଷ୍କ୍ରିୟ ଅଛି । ୯ ତାରିଖ ବେଳକୁ ତାମିଲନାଡୁ ପାଖ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରୁ କେରଳ ପାଖ ଦକ୍ଷିଣ ପୂର୍ବ ଆରବସାଗର ଯାଏ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଏହା ଲଘୁଚାପ ଓ ଗଭୀର ଅବପାତରେ ପରିଣତ ହେବ । ଏହା ପ୍ରଭାବରେ ୧୬ ଓ ୧୭ ତାରିଖରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ  ପୂର୍ବାନୁମାନ କରିଛନ୍ତି।

ପାଣିପାଗ ବିଭାଗର  ଆକଳନ ଅନୁସାରେ, ଅକ୍ଟୋବର ୧୫ ତାରିଖ ଯାଏ ଉତ୍ତର ବଙ୍ଗୋପସାଗର ନିଷ୍କ୍ରିୟ ରହିବ। କୌଣସି ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ନାହିଁ । କିନ୍ତୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ବଳ ଗୋଟାଇ ପରବର୍ତ୍ତୀ ଦୁଇଦିନରେ ଦକ୍ଷିଣ ଆରବ ସାଗର ଉପରେ ଲଘୁଚାପରେ ପରିଣତ ହେବ। ପରେ ଏହା ଉତ୍ତର ଆଡ଼କୁ ମୁହାଁଇବ। ୧୪ ତାରିଖ ବେଳକୁ ଏହା ଗଭୀର ଅବପାତରେ ପରିଣତ ହୋଇପାରେ। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ଓ ବର୍ଷା ହୋଇପାରେ।

Advertisement

Leave a Reply

Your email address will not be published. Required fields are marked *