Pratidin TV

Odisha's Digital News Platform

ପଞ୍ଚାୟତି ରାଜ ବାବୁଙ୍କ ଘରେ ପଶିଲା ଭିଜିଲାନ୍ସ , ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ

1 min read

ଭିଜିଲାନ୍ସ ଜାଲରେ ପଞ୍ଚାୟତି ରାଜ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।

ରମେଶଙ୍କ ଭୁବନେଶ୍ୱର କଳିଙ୍ଗନଗରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୋଠପାଟଣା ଥିବା ୩ମହଲା ବିଶିଷ୍ଟ କୋଠା, ପୁରୀ ଖୁଣ୍ଟିଆ ବାଣପୁରରେ ଥିବା ପୈତୃକ ଘର, ୟୁନିଟ ୨ରେ ଥିବା ସରକାରୀ କ୍ୱାର୍ଟର୍ସ, ଖୋର୍ଦ୍ଧା ଟାଙ୍ଗିରେ ଥିବା ସମ୍ପର୍କୀୟ ଘର ଓ ଅଫିସ୍ ଚାମ୍ବରର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

Advertisement

Leave a Reply

Your email address will not be published. Required fields are marked *