Pratidin TV

Odisha's Digital News Platform

ପାର୍ବଣରେ ବଢିଲା ଟ୍ରାଫିକ୍ କଟକଣା ; ଅମାନିଆ ହେଲେ ଗଣିବେ ତଣ୍ଡ , କାଲିଠୁ ଟୁଇନ୍ ସିଟିରେ ଲାଗୁ ହେବ…

1 min read

ପାର୍ବଣରେ ବଢିଲା ଟ୍ରାଫିକ୍ କଟକଣା । ଆସନ୍ତା କାଲିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଦୁର୍ଗାପୂଜା ପାଇଁ ଇନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା। ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।

କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ।କଟକରେ ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି।

Advertisement

ସେହିଭଳି ଭୁବନେଶ୍ୱରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡାରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ୱର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଳି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ ।

Leave a Reply

Your email address will not be published. Required fields are marked *