Pratidin TV

Odisha's Digital News Platform

ଉପମୁଖ୍ୟମନ୍ତ୍ରୀ ଦେଲେ ସୂଚନା , ଏହିଦିନ ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା…

1 min read

ଖୁବ୍ ଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା’। ଏନେଇ ପ୍ରେସମିଟ୍ ରେ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନସୁଦ୍ଧା ୧ କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ଲକ୍ଷ ମହିଳାଙ୍କୁ ସହାୟତା ପ୍ରଦାନ କରାଯାଇଛି। ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ରହିଥିବା ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ଏନସିପିଆଇ କ୍ଲିୟରାନ୍ସ ପରେ ଆଜି ୩୫ଲକ୍ଷ ମହିଳାଙ୍କୁ ଟଙ୍କା ଦିଆଯାଇଛି। କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି। ଯେଉଁ ହିତାଧିକାରୀଙ୍କ ଆବେଦନରେ ତ୍ରୁଟି ଥିବ ଘରକୁ ଘର ଯାଇ, ବ୍ଲକ ବା ଜିଲା ପ୍ରଶାସନ ଜରିଆରେ ସଂଶୋଧନ କରାଯିବ। ଯେଉଁମାନେ ଟଙ୍କା ପାଇନାହାଁନ୍ତି ବାରମ୍ବାର ଆବେଦନ କରିବା ଅନାବଶ୍ୟକ। ଆଉ ଆବେଦନ ନକରି ତ୍ରୁଟି କଣ ରହିଛି ତାକୁ ସଂଶୋଧନ କରିବାକୁ ପରାମର୍ଶ ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ।

ସୂଚନାଥାଉ କି, ହିତାଧିକାରୀଙ୍କ ଆକାଉଣ୍ଟକୁ ବୁଧବାର ମଧ୍ୟାହ୍ନ ୧୨ଟା ପୂର୍ବରୁ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ। ଗଣମାଧ୍ୟମକୁ ସୂଚନା ଦେଇ ପ୍ରଭାତୀ ପରିଡ଼ା କହିଛନ୍ତି, ପ୍ରଥମ ପର୍ଯ୍ୟାୟ ଏବଂ ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି । ଏନ୍ସିପିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।

Advertisement

Leave a Reply

Your email address will not be published. Required fields are marked *