Pratidin TV

Odisha's Digital News Platform

ରତନ ଟାଟାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ..

1 min read

ଭେଟେରାନ ଶିଳ୍ପପତି ରତନଙ୍କ ଟାଟା ବୁଧବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ପଦ୍ମଭୂଷଣ ପୁରସ୍କାର ପ୍ରାପ୍ତ ରତନ ଟାଟା ୮୬ ବର୍ଷ ବୟସରେ ଦକ୍ଷିଣ ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରତନ ଟାଟାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ୍ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ କହିଛନ୍ତି, ରତନ ଟାଟାଙ୍କ ପରଲୋକ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି। ସେ ଜଣେ ଦୂରଦ୍ରଷ୍ଟା ଥିଲେ। ଏବେ ଦେଶ ତାଙ୍କୁ ହରାଇଛି। ଦେଶରେ ବିକାଶରେ ତାଙ୍କର ଅତୁଳନୀୟ ଅବଦାନ ରହିଛି। ଏହା ସହିତ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହିତ ତାଙ୍କର ଅମର ଆତ୍ମା ର ସଦଗତି କାମନା କରିଛନ୍ତି ।

ସୂଚନାଯୋଗ୍ୟ, ବୁଧବାର ରାତିରେ ଦେଶର ଖ୍ୟାତାନାମା ଉଦ୍ୟୋଗପତି ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କର ୮୬ ବର୍ଷ ବୟସରେ ପରଲୋକ ଘଟିଛି । ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ଟାଟା ଗ୍ରୁପ ପକ୍ଷରୁ ଆନୁଷ୍ଠାନିକ ଭାବେ ସୂଚନା ଦିଆଯାଇଥିଲା । ପଦ୍ମବିଭୂଷଣ ରତନ ଟାଟାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ପରଲୋକ ଭାରତ ଉଦ୍ୟୋଗଜଗତରେ ଅପୂରଣୀୟ କ୍ଷତି ଘଟିଛି ।

Leave a Reply

Your email address will not be published. Required fields are marked *