Pratidin TV

Odisha's Digital News Platform

ଓଡିଶାରୁ ଫେରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । କେବେ ଆସିବ ଶୀତ ?

1 min read

ନିର୍ଦ୍ଧାରିତ ସମୟଠାରୁ ବିଳମ୍ୱରରେ ଓଡ଼ିଶାରୁ ଫେରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗକୁ ବାଘୁଆ ଶୀତ ମାଡ଼ି ଆସିବ ବୋଲି ଅନୁମାନ କରାଯାଉଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଆଜିଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଯାଜପୁର, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାବର୍ତ୍ତନ କରିଛି। ସାଧାରଣତଃ ସେପ୍ଟେମ୍ୱର ଶେଷ ଭାଗରେ ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଫେରିଥାଏ। ହେଲେ ଏଥର ଅକ୍ଟୋବର ମଧ୍ୟ ଭାଗରେ ମୌସୁମୀ ଫେରୁଛି।

Advertisement

Leave a Reply

Your email address will not be published. Required fields are marked *