Pratidin TV

Odisha's Digital News Platform

ନୂଆ ରୂପରେ ନ୍ୟାୟ ଦେବୀ, ଆଖିରୁ ହଟିଲା କଳା ପଟି ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ …

1 min read

ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ୍। କାରଣ ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ନ୍ୟାୟ ଦେବୀଙ୍କ ଏପରି ପରବର୍ତ୍ତୀ ଷ୍ଟାଚ୍ୟୁ ସୁପ୍ରିମକୋର୍ଟର ବିଚାରପତିମାନଙ୍କ ଲାଇବ୍ରେରୀରେ ଲାଗିଛି। ଏହାର ପ୍ରଥମ ଝଲକ ପଦାକୁ ଆସିଛି।ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି।ପ୍ରଧାନ ବିଚାରପତିଙ୍କ ବିଚାରରେ ଖଣ୍ଡା ହେଉଛି ହିଂସାର ପ୍ରତୀକ। କିନ୍ତୁ ଅଦାଲତଙ୍କ କାର୍ଯ୍ୟ ହିଂସାତ୍ମକ ନୁହେଁ। ବରଂ ସାମ୍ବିଧାନିକ ବିଧି ବ୍ୟବସ୍ଥା ଭିତରେ ଏହା ନ୍ୟାୟ ପ୍ରଦାନ କରିଥାନ୍ତି। ସେହିପରି ନ୍ୟାୟଦେବୀଙ୍କ ଆଖିରେ ବନ୍ଧା ଯାଉଥିବା କଳା କପଡ଼ାଟିକୁ କାଢ଼ି ଦିଆଯାଇଛି। କିନ୍ତୁ ହାତରେ ଧରିଥିବା ନ୍ୟାୟ ତରାଜୁ ପୂର୍ବପରି ରହିଛି ।ସେହି ଅନୁସାରେ ନ୍ୟାୟ ଦେବୀଙ୍କ ନୂଆ ପ୍ରତିମୂର୍ତ୍ତି ତିଆରି କରାଯାଇଛି।

ନ୍ୟାୟଦେବୀ ପୂର୍ବରୁ ବାମ ହାତରେ ନ୍ୟାୟ ତରାଜୁ ଧରିଥିଲେ। ଡାହାଣ ହାତରେ ଖଣ୍ଡା ଧରିଥିଲେ। ତାଙ୍କ ଆଖିରେ କଳା ପଟି ବନ୍ଧା ଯାଇଥିଲା। ହେଲେ ଏହାକୁ ବଦଳା ଯାଇଛି। ନ୍ୟାୟ ଦେବୀ ବାମ ହାତରେ ସମ୍ବିଧାନ ଧରିଛନ୍ତି। ଡାହାଣ ହାତରେ ନ୍ୟାୟର ତରାଜୁ ରହିଛି। କିନ୍ତୁ ପୂର୍ବଭଳି ଆଖିରେ କଳାପଟି ନାହିଁ।

Advertisement

ପୂର୍ବରୁ ଥିବା ନ୍ୟାୟଦେବୀଙ୍କ ଆଖିରେ କଳାପାତି ଦେବାର ଦୃଷ୍ଟିହୀନତା ଆଇନ ସମ୍ମୁଖରେ ସମାନତାକୁ ପ୍ରତିପାଦିତ କରିବା ପାଇଁ ଉଦ୍ଦିଷ୍ଟ ଥିଲା, ଏହାର ଅର୍ଥ ହେଉଛି ଯେ, ଅଦାଲତ ଏହା ସମ୍ମୁଖରେ ଉପସ୍ଥିତ ଥିବା ବ୍ୟକ୍ତିଙ୍କ ଧନ, ଶକ୍ତି କିମ୍ବା ଅନ୍ୟ ସ୍ଥିତିର ଚିହ୍ନ ଦେଖି ପାରିବେ ନାହିଁ, ଯେତେବେଳେ କି ଖଣ୍ଡା ଅନ୍ୟାୟକୁ ଦଣ୍ଡିତ କରିବାର କ୍ଷମତାର ପ୍ରତୀକ ଅଟେ।

ସୂତ୍ରରୁ ପ୍ରକାଶ ପ୍ରଧାନବିଚାରପତି ଚନ୍ଦ୍ରଚୂଡ଼ ବିଶ୍ୱାସ କରନ୍ତି ଯେ, ଭାରତ ବ୍ରିଟିଶ ଲିଗାସୀରୀ ଆଗକୁବାଢିବା ଉଚିତ। ଭାରତରେ ନ୍ୟାୟ ବ୍ୟବସ୍ଥା ଅନ୍ଧ ନୁହେଁ, ଏହା ସମସ୍ତଙ୍କୁ ସମାନ ଭାବରେ ଦେଖେ।ଏହାକୁ ହୃଦୟଙ୍ଗମ କରିବା ପରେ ନ୍ୟାୟ ଦେବୀଙ୍କ ପ୍ରତିମୂର୍ତ୍ତିକୁ ବଦଳାଇଥିଲେ ସିଜେଆଇ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼।

Leave a Reply

Your email address will not be published. Required fields are marked *