Pratidin TV

Odisha's Digital News Platform

‘ଦାନା’ର ପ୍ରଭାବ ୨୩ ରୁ ଭାସିବ ଓଡିଶା ,ଏସବୁ ଜିଲ୍ଲାକୁ ଆଲର୍ଟ ..

1 min read

ଓଡିଶା-ପଶ୍ଚିମବଙ୍ଗକୁ ଧୋଇବ ବାତ୍ୟା ଦାନା । ବାତ୍ୟା ଭୟ ଭିତରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣୀପାଗ ବିଭାଗ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଗତକାଲି (ରବିବାର) କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଥିବା ବେଳେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଆସନ୍ତାକାଲି (୨୨ ଅକ୍ଟୋବର) ସକାଳ ସୁଦ୍ଧା ଅବପାତ ପରେ ୨୩ ସକାଳ ସୁଦ୍ଧା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅକ୍ଟୋବର ୨୪ ସକାଳ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗର ନିକଟସ୍ଥ ସମୁଦ୍ର ମଧ୍ୟରେ ଓଡିଶା-ପଶ୍ଚିମବଙ୍ଗ ନିକଟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ଯାହାର ପ୍ରଭାବ ଫଳରେ ଓଡିଶାରେ ଏହି ସବୁ ଜିଲ୍ଲାକୁ ଆଲର୍ଟ ଯାରି କରିଛି ପାଣିପାଗ ବିଭାଗ । ଆସନ୍ତା କାଲି ପର୍ଯ୍ୟନ୍ତ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ରାୟଗଡା, କନ୍ଧମାଳ, ନୟାଗଡ଼ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisement

ଏହାପରେ ୨୩ ତାରିଖ ପ୍ରବଳ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ତାରିଖ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାକୁ ରେଡ ଆର୍ଲଟ ଜାରି ହୋଇଛି । ସେହପରି କେନ୍ଦ୍ରାପଡା, କଟକ, ନୟାଗଡ଼,ଗଜପତି, କନ୍ଧମାଳକୁ ଅରେଞ୍ଜ ଆର୍ଲଟ ଜାରି କରାଯାଇଛି । ଏଥିସହ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝରକୁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *