Pratidin TV

Odisha's Digital News Platform

ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ଘୋଷଣା କଲା ରାଜ୍ୟ ସରକାର

1 min read

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଟି ଜିଲ୍ଲାରେ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି ।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଫଳରେ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

Advertisement

ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ପ୍ରଭାବିତ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପାଇଁ ସ୍କୁଲ ବନ୍ଦ ହେବ କି ନାହିଁ, ତାହା ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇ କହିଥିଲେ। ମନ୍ତ୍ରୀ କହିଥିଲେ, ଜିଲାପାଳମାନଙ୍କୁ ଏଥିପାଇଁ ଅଧିକାର ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସେମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବେ। ଯେଉଁଠି ଆବଶ୍ୟକ ପଡ଼ିବ, ଜିଲାପାଳ ସ୍କୁଲ ଛୁଟି ଘୋଷଣା କରିପାରିବେ।

Leave a Reply

Your email address will not be published. Required fields are marked *