Pratidin TV

Odisha's Digital News Platform

ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଋତୁସ୍ରାବ ପାଇଁଁ ମିଳିବ ୧୨ଦିନ ଛୁଟି

1 min read

State government's big announcement for women employees, 12 days leave for menstruation

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଋତୁସ୍ରାବ ପାଇଁ ଏବେ ଦିନେ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳା କର୍ମଚାରୀମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସତନ୍ତ୍ର ସାମୟିକ ଛୁଟି ( Special CL) ସହିତ ପାଇ ପାରିବେ । ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି। ସୂଚନା ଯୋଗ୍ୟ ଯେ ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।

Advertisement

Leave a Reply

Your email address will not be published. Required fields are marked *