Pratidin TV

Odisha's Digital News Platform

ମାଡି ଆସୁଛି ବାତ୍ୟା ‘ଦାନା’ ! ରାଜ୍ୟବାସୀଙ୍କୁ ଭୟଭୀତ ନହେବାକୁ ନବୀନ କଲେ ଅପିଲ୍..

1 min read

ବଙ୍ଗୋପସାଗରରେ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ମାଡ଼ି ଆସୁଛି ଦାନା। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ବାତ୍ୟା ପାଇଁ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ବାସିନ୍ଦାଙ୍କୁ ଭାରତୀୟ ପାଣିପାଗ କେନ୍ଦ୍ର ସତର୍କ କରାଇଛି।

ବାତ୍ୟା ଓ ମାତ୍ରାଧିକ ବର୍ଷା ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ହେଲେ ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ ବିଭିନ୍ନ ସମୟରେ ବାତ୍ୟା ଆସିଛି, ଆଉ ଆମେ ଏହାର ଦୃଢ଼ତାର ସହ ମୁକାବିଲା କରିଛନ୍ତି। ସବୁ ବାତ୍ୟା ପରି ଏଥର ମଧ୍ୟ ସୁରକ୍ଷିତ ରହିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବା। ନିଜର ଏବଂ ପ୍ରିୟଜନଙ୍କ ଯତ୍ନ ନେବା, ଭୟଭୀତ ନ ହୋଇ ସଜାଗ ରହିବା । ସଚେତନତା ଓ ସତର୍କତା ହିଁ ସମ୍ଭାବ୍ୟ ବାତ୍ୟା ‘ଦାନା’ରୁ ଆମକୁ ସୁରକ୍ଷିତ କରିବ ବୋଲି କହିଛନ୍ତି ନବୀନ।। ଏହା ସହ ସେ ଲୋକଙ୍କ ସାହାଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି।

Advertisement

ଅନ୍ୟପଟେ, ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବାତ୍ୟା ‘ଦାନା’ ପ୍ରଭାବରେ ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଅତି ପ୍ରବଳ ବର୍ଷା ପାଇଁ ୭ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *