Pratidin TV

Odisha's Digital News Platform

ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇଲେ ସରକାର..

1 min read

ଦୀପାବଳି ପୂର୍ବରୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ବରୁ ହଟାଇଲେ ରାଜ୍ୟ ସରକାର। ଏଥିସହିତ ରାଜ୍ୟ ମହିଳା କମିଶନକୁ ଭଙ୍ଗ କଲେ ସରକାର। ଅଧ୍ୟକ୍ଷାଙ୍କ ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇଲେ ରାଜ୍ୟ ସରକାର। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି।ଏହାସହିତ ରାଜ୍ୟରେ ମହିଳା ଆୟୋଗର ନୂଆ ଅଧ୍ୟକ୍ଷା ଓ ସଦସ୍ୟା ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ, ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତୀ ବେହେରା ଓ ଅନ୍ୟ ୪ଜଣ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ୱାଇଁ ଓ ବିଜୟା ବରୱାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଛି। ଏନେଇ ଖୁବଶୀଘ୍ର ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହେବ।

Advertisement

Leave a Reply

Your email address will not be published. Required fields are marked *