Pratidin TV

Odisha's Digital News Platform

ଉପକୂଳ ମୁହାଁ ‘ଦାନା’ , ଘଣ୍ଟାପ୍ରତି ୧୫ କିମି ବେଗରେ ଆସୁଛି ମାଡ଼ି….

1 min read

ମାଡ଼ି ଆସୁଛି ଭୀଷଣ ବାତ୍ୟା ‘ଦାନା’ । ଆଜି ରାତିରେ ସ୍ଥଳଭାଗ ଛୁଇଁ ରଚିବ ତାଣ୍ଡବ ଲୀଳା । ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶା ଉପକୂଳ ମୁହାଁ ହୋଇଛି ବାତ୍ୟା । ବର୍ତ୍ତମାନ ଏହା ପାରାଦୀପଠାରୁ ୨୮୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୩୧୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୫ କିମି ବେଗରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଦାନା । ଏନେଇ ଏସଆର ସତର୍କ କରାଇଛି ।

କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଭୀଷଣ ବାତ୍ୟା ରୂପରେ ‘ଦାନା’ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ । ଆଜି ମଧ୍ୟରାତ୍ରିରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ, ଯାହା ଆସନ୍ତାକାଲି ସକାଳ ପର‌୍ୟ୍ୟନ୍ତ ଜାରି ରହିବ । ‘ଦାନା’ ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ ।ଯାହା ପ୍ରଭବାରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଅତିରୁ ଅତିପ୍ରବଳ ବର୍ଷା ଜାରି ରହିବ ।

Advertisement

Leave a Reply

Your email address will not be published. Required fields are marked *