Pratidin TV

Odisha's Digital News Platform

ଗର୍ଜିବ ସମୁଦ୍ର, ଉଠିବ ବଡ଼ ଜୁଆର ,ମଧ୍ୟରାତ୍ରୀରୁ ବଢ଼ିବ ପବନର ବେଗ..

1 min read

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ଭୀଷଣ ରୂପ ଧାରଣ କରି ସମୁଦ୍ରରୁ ସ୍ଥଳଭାଗ ମୁହାଁ ହୋଇଛି ସାମୁଦ୍ରିକ ଝଡ଼। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ତାହା ଲ୍ୟାଣ୍ଡଫଲ୍‌ କରିବ । ବର୍ତ୍ତମାନ ବାତ୍ୟା ଦାନା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି ୧୨କିମି ବେଗରେ ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା ।

କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହାରି ଭିତରେ ସାମ୍ନାକୁ ଆସିଛି ବଡ଼ ଖବର , ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ । ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Advertisement

ଭୀଷଣ ରୂପରେ ଆସୁଥିବା ’ଦାନା’ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସଂଲଗ୍ନ ଜିଲ୍ଲା ଗୁଡିକୁ ଦୁଇ ଦିନ ଅତି ପ୍ରବଳ ବର୍ଷା ହେବ। ତେବେ ସମୁଦ୍ର ଜୁଆରର ପ୍ରଭାବ ଉପକୂଳରେ ଉପକୂଳବର୍ତ୍ତୀ ଜିଲା ଯଥା କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଉପକୂଳରେ ସମୁଦ୍ର ଜୁଆର ୧ରୁ ୨ ମିଟର ଅଧିକ ଉଚ୍ଚ ରହିବ।

Leave a Reply

Your email address will not be published. Required fields are marked *