Pratidin TV

Odisha's Digital News Platform

ସୁଶାନ୍ତ ସିଂହ ମୃତ୍ୟୁ ମାମଲାରେ : ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀଙ୍କୁ ମିଳିଲା ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି..

1 min read

ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିଲା ସୁପ୍ରିମ ଆଶ୍ୱସ୍ତି। ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀଙ୍କୁ  ସିବିଆଇର ଲୁକ୍ ଆଉଟ୍ ସର୍କୁଲାର ନୋଟିସକୁ ରଦ୍ଦ କରି ଦେଇଛନ୍ତି ସୁପ୍ରିମକୋର୍ଟ।ରିୟାଙ୍କ ସହ ତାଙ୍କ ବାପା ଏବଂ ଭାଇଙ୍କୁ ମଧ୍ୟ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ସେମାନଙ୍କ ବିରୁଦ୍ଧରେ ମଧ୍ୟ ସିବିଆଇ ଲଗାଇଥିବା ଲୁକ୍ ଆଉଟ୍ ସର୍କୁଲାର ନୋଟିସକୁ ରଦ୍ଦ କରି ଦେଇଛନ୍ତି ସୁପ୍ରିମକୋର୍ଟ।

ସୂଚନାଅନୁଯାୟୀ , ଫେବୃଆରୀରେ ବମ୍ବେ ହାଇକୋର୍ଟ ରିୟା ଚକ୍ରବର୍ତ୍ତୀ, ତାଙ୍କ ଭାଇ ଓ ବାପାଙ୍କ ଆବେଦନ ଉପରେ ଶୁଣାଣି କରିଥିଲେ। ସିବିଆଇ ଲଗାଇଥିବା ଲୁକ୍ ଆଉଟ୍ ସର୍କୁଲାର ନୋଟିସ୍ ବିରୁଦ୍ଧରେ ସେମାନେ କରିଥିବା ଆବେଦନର ଶୁଣାଣି କରି ଏହାକୁ ରଦ୍ଦ କରି ଦେଇଥିଲେ। କିନ୍ତୁ ସିବିଆଇ ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।

Advertisement

ଆଜି ସୁପ୍ରିମକୋର୍ଟ ଏ ଉପରେ ଶୁଣାଣି କରି ବମ୍ବେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ କାଏମ ରଖିବା ସହ ସିବିଆଇର ଆବେଦନକୁ ଖାରଜ କରି ଦେଇଛନ୍ତି।

Leave a Reply

Your email address will not be published. Required fields are marked *