ସମୀର ଦେଙ୍କ ମୃତ୍ୟ ଖବର ଶୁଣି ଭାବବିହ୍ଵଳ ହୋଇପଡିଲେ ନବୀନ…
1 min readପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କର ପରଲୋକ ଘଟିଛି। ସୋମବାର ଦିନ ୨ଟା ୧୦ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୬୮ ବର୍ଷ ବୟସରେ କଟକର ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି ସମୀର ଦେ।ତାଙ୍କ ଵିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ କରି ନବୀନ ଲେଖିଛନ୍ତି, ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।
ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।ସୂଚନାଥାଉକି, ଅକ୍ଟୋବର ୨୫ରୁ ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତାଙ୍କୁ ଛାତିରେ ଯନ୍ତ୍ରଣା ଅନୁଭବ କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କ ଦେହାନ୍ତ ହୋଇଛି।
କିଛି ଦିନ ତଳେ ତାଙ୍କର ସଫଳ କିଡନି ପ୍ରତିରୋପଣ କରାଯାଇଥିଲା। ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ।୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।