କିଛି ସମୟ ପରେ ଶପଥ ଗ୍ରହଣ ସମାରୋହ ……ଓଡିଶାରେ ପହଞ୍ଚୁଛନ୍ତି ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ
1 min readକିଛି ସମୟ ପରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଶପଥ ସମାରୋହ ଆରମ୍ଭ ହେବ | ତେବେ ଏହି ସମାରୋହରେ ସାମିଲ ହେଉଛନ୍ତି ୯ଟି ରାଜ୍ୟର ମୁଖ୍ୟମନ୍ତ୍ରୀ | ଏହି ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡିଶା ଆସୁଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଏହି ସମାରୋହରେ ହେବେ ସାମିଲ | ଭୁବନେଶ୍ୱରରେ ପହଞ୍ଚିସାରିଛନ୍ତି | ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେ ସିଧା ରାଜଭବନ ଯାଇଛନ୍ତି । ଆଜି ସଂଧ୍ୟାରେ ମୋହନ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ।
ବର୍ତ୍ତମାନ ସୁଦ୍ଧା ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସା, ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ,ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଓଡିଶାରେ ଆସି ପହଞ୍ଚିସାରିଛନ୍ତି । ମିଳିଥିବା ସୂଚନା ମୁତାବକ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ନେଇ ସୂଚନା ରହିଛି |
ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ମୋହନ ଚରଣ ମାଝୀ । ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବେ । ସନ୍ଧ୍ୟା ୫ଟାରେ ଶପଥ ନେବ ନୂଆ ସରକାର। ଏଥିପାଇଁ ଭୁବନେଶ୍ବର ଜନତା ମୈଦାନରେ ଭବ୍ୟ ଆୟୋଜନ କରାଯାଇଛି ।