ପୁଣି ଆଜି ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବ ଶର୍ମା
1 min readଆଜି ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବ ଶର୍ମା । ନିର୍ବାଚନ ପ୍ରଚାର ପାଇଁ ଏବଂ ରାଜ୍ୟ ବିଜେପିକୁ ବଳ ଦେବାକୁ ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ |
ଆଜି ଭୁବନେଶ୍ୱରରେ ଅପରାହ୍ନ ୨ଟା ୩୦ ମିନିଟରେ ସ୍ୱସ୍ତି ପ୍ରିମିୟମ ହୋଟେଲରେ ‘ବିଶେଷ ସମ୍ପର୍କ ଅଭିଯାନ’ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଅଭିଯାନ କାର୍ଯ୍ୟକ୍ରମ ଶେଷ ହେବା ପରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିଯିବେ ହେମନ୍ତ ବିଶ୍ବ ଶର୍ମା |
ଏହା ପୂର୍ବରୁ ଗତ ୯ ତାରିଖରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଗସ୍ତରେ ଆସି ମାଲକାନଗିରି ଜିଲ୍ଲା କାଲିମେଳାରେ ଜନସଭାକୁ ସମ୍ବୋଧନ କରିଥିଲେ।