Pratidin TV

Odisha's Digital News Platform

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ୟେଲୋ ୱାର୍ଣ୍ଣିଂ ଜାରି

1 min read

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା। ରାଜ୍ୟରେ ମୌସୁମୀ ସକ୍ରିୟ ଥିବା କାରଣରୁ ଆଜି ସମେତ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଝାଡଖଣ୍ଡ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି l ଏହାର ପ୍ରଭାବରେ ୪ଦିନ ବର୍ଷା ଜାରି ରହିବ l

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଦୁର୍ବଳ ହୋଇ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହା ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।

ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡା, ନୂଆପଡା, ସମ୍ବଲପୁର, ଝାରସୁଗୁଡା, ବୌଦ୍ଧ, କନ୍ଧମାଳ, କଟକ, ପୁରୀ, ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୪ ଘଣ୍ଟାରେ ମଧ୍ୟରେ ଅନୁଗୁଳରେ ସର୍ବାଧିକ ୧୦୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ,ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *