Pratidin TV

Odisha's Digital News Platform

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଆଉ ୨ ଅତିରିକ୍ତ ସଚିବ ନିଯୁକ୍ତି

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଗଲେ ଆଉ ୨ ଅତିରିକ୍ତ ସଚିବ | ଓଏଫ୍‌ଏସ୍‌ ତଥା ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ସେହିପରି ବରିଷ୍ଠ ଓଏଏସ୍‌ ଅଫିସର ତଥା ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ପୂର୍ବରୁ ୩ଜଣ ଅଫିସର ତ୍ରିଲୋଚନ ମହାନ୍ତି, ବିନୋଦ ବିହାରୀ ସିଂ ଓ ସତୀଶ ଚନ୍ଦ୍ର ସାମଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ କରାଯାଇଥିଲା । ବର୍ତ୍ତମାନ କାର୍ଯ୍ୟାଳୟରେ ଆଉ ଦୁଇଜଣ ବରିଷ୍ଠ ପ୍ରଶାସନିକ ଅଫିସରଙ୍କୁ ନିଯୁକ୍ତି ମିଳିଛି ।

Leave a Reply

Your email address will not be published. Required fields are marked *