Pratidin TV

Odisha's Digital News Platform

ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା; ଏମ୍ସରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ..

1 min read

ବର୍ବରତାର ସବୁ ସୀମା ଲଙ୍ଘିଛି କମିଶନରେଟ୍‌ ପୁଲିସ୍‌ର ଭରତପୁର ଥାନା ପୁଲିସ୍‌। ବିଳମ୍ୱିତ ରାତିରେ ଅଭିଯୋଗ କରିବାକୁ ଆସିଥିବା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାତି ତମାମ ଅକଥନୀୟ ନିର୍ଯାତନା ଦେଇଛି। ଯାହା ଆଜି ସାରାଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ବର୍ତ୍ତମାନ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ ପରିଡ଼ା ତାଙ୍କୁ ଭେଟିଛନ୍ତି। ଭୁବନେଶ୍ବର ଡିସିପିଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ।ଏ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି ଡିସିପି।

ସୂଚନାନୁଯାୟୀ ୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାର୍‌ରେ ଯାଉଥିଲେ। କିନ୍ତୁ ମଝି ରାସ୍ତାରେ ୨ଟି କାର୍‌ରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେମାନେ ଭରତପୁର ଥାନାକୁ ଯାଇଥିଲେ।ସେଠାରେ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଯୁକ୍ତିତର୍କ ଲାଗିଥିବା ବେଳେ ଗୁରୁବଂଶଙ୍କୁ ରାତିତମାମ୍‌ ଲକ୍‌ଅପ୍‌ରେ ରଖିଥିଲା ପୁଲିସ୍‌। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଥିଲେ। କେବଳ ଏତିକି ନୁହେଁ, ଭରତପୁର ଥାନା ଆଇଆଇସି ଦୁଷ୍କର୍ମ ଧମକ ଦେଇଥିବା ମଧ୍ୟ ଅଭିଯୋଗ କରିଥିଲେ ସେନା ଅଧିକାରୀ ।

Advertisement

ପରବର୍ତ୍ତୀ ସମୟରେ ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ଗିରଫ କରାଯାଇ ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଥିଲା। ପୁଲିସ୍‌ର ଅତ୍ୟଧିକ ମାଡ଼ରେ ଲହୁଲୁହାଣ ହୋଇ ସେ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଭୁବନେଶ୍ୱରସ୍ଥିତ ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଓ ଦୁର୍ବ୍ୟବହାର ମାମଲାରେ ପ୍ରଥମେ IIC ଦିନକୃଷ୍ଣ ମିଶ୍ର ଓ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଥିଲା। ମାତ୍ର ଆଜି ସେମାନଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି। ମେଜରଙ୍କ ଲିଖିତ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଏହି ମାମଲା ରୁଜୁ କରିଛି। ଏଥିସହ ଏହି ଘଟଣାର ମୂଳ ମାମଲାର ତଦନ୍ତ କରି ରୋଡ଼ ରୋମିଓଙ୍କୁ ତୁରନ୍ତ ଚିହ୍ନଟ କରି ଗିରଫ କରିବା ନିମନ୍ତେ ଗତକାଲିଠୁ ନିର୍ଦ୍ଦେଶ ଦେଇଛନ୍ତି ପୁଲିସ୍‌ ଡିଜିପି ୱାଇ ବି ଖୁରାନିଆ।

Leave a Reply

Your email address will not be published. Required fields are marked *