Pratidin TV

Odisha's Digital News Platform

ଅତାବିରା NAC ନିର୍ବାଚନ ; ବାଜି ମାରିଲା ବିଜେଡି , ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ

ବରଗଡ : ବରଗଡ ଅତାବିରା ଏନଏସି ନିର୍ବାଚନରେ ବାଜି ମାରିଲା ବିଜେଡି । ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ । କେବଳ ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଥିବା ଜଣାପଡିଛି । ଏନଏସି ଅଧ୍ୟକ୍ଷ ପଦ ପାଇଁ ବିଜେଡିର ବନମାଳୀ ବରିହା ବିଜୟୀ ହୋଇଥିବା ବେଳେ , ଅତାବିରା ୱାର୍ଡ ନମ୍ବର ୧ରେ କଂଗ୍ରେସର ଦାପକ ରାୟ ବିଜୟୀ ହୋଇଥିବା ସୂଚନା ମିଳିଛି ।

ଏପ୍ରିଲ ୩ ତାରିଖରେ ଅତାବିରା ଓ ହିନ୍ଦୋଳ ଏନଏସି ପାଇଁ ମତଦାନ ହୋଇଥିଲା। ହିନ୍ଦୋଳ ଏନଏଏସିରେ ମୋଟ ୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅତାବିରା ଏନଏସିରେ ୭୪ପ୍ରତିଶତ ଭୋଟଗ୍ରହଣ ହୋଇଥିଲା । ହିନ୍ଦୋଳ ଏନଏସିର ୧୬ଟି ୱାର୍ଡରେ କାଉନସିଲର ପଦବୀ ନିମନ୍ତେ ମୋଟ ୫୦ଜଣ ପ୍ରାର୍ଥୀ ଓ ଅଧ୍ୟକ୍ଷ ପଦବୀ ପାଇଁ ୩ଜଣ ପ୍ରାର୍ଥୀ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ।

ସେହିପରି ଅତାବିରା ଏନଏସିର ୧୨ଟି ୱାର୍ଡରେ କାଉନସିଲର ପଦବୀ ପାଇଁ ୩୯ଜଣ ପ୍ରାର୍ଥୀ ଓ ଅଧ୍ୟକ୍ଷ ପଦବୀ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ।

Leave a Reply

Your email address will not be published. Required fields are marked *