Pratidin TV

Odisha's Digital News Platform

ଆଜି ଦୁଲୁକିବ ଐତିହାସିକ ବାରବାଟୀ ଷ୍ଟାଡିୟମ୍ : ମୁଖ୍ୟ ଆକର୍ଷଣରେ ଦିଶା-ରଣବୀରଙ୍କ ସହ କୋରିଆନ ପପ୍ ମଧ୍ୟ ସାମିଲ ହେବେ ..

1 min read

କଟକ : ଆଜି ଦୁଲୁକିବ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମ୍ । ପୁରୁଷ ବିଶ୍ୱକପ୍ ହକିର ଉଦ୍‌ଘାଟନୀ ଉତ୍ସବ ନିମନ୍ତେ ଆୟିଜିତ ହେବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ । ଉଠିବ ପଡିବ ପୁରା କଟକ ସହର । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମାରୋହକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିବାବେଳେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ବିଶିଷ୍ଟ ଅତିଥି ଉପସ୍ଥିତ ରହିବେ । ଉଦଘାଟନୀ ଉତ୍ସବ ପାଇଁ ଆସିଛନ୍ତି ଦେଶର ଜଣାଶୁଣା ଅଭିନେତା, ଅଭିନେତ୍ରୀ ଓ କଣ୍ଠଶିଳ୍ପୀ ।

ବଲିଉଡ୍ ସୁପରଷ୍ଟାର ରଣବୀର ସିଂ, ସଙ୍ଗୀତ ନିର୍ଦ୍ଦେଶକ ପ୍ରୀତମ୍ ଏବଂ ଅଭିନେତ୍ରୀ ଦିଶା ପଟାନୀଙ୍କ ସମେତ କୋରିଆନ ପପ ବ୍ଲାକ ସ୍ୱାନ୍ ଗ୍ରୁପ୍ ସହ ଓଡ଼ିଶାର ଜଣାଶୁଣା ଗାୟିକା ଶ୍ରେୟା ଲେଙ୍କା ଉଦଘାଟନୀ ଉତ୍ସବର ମୁଖ୍ୟ ଆକର୍ଷଣ । ଓଲିଉଡ୍ ଷ୍ଟାର୍ କପଲ୍ ସବ୍ୟସାଚୀ ଓ ଅର୍ଚ୍ଚିତାଙ୍କର ବି ଜବରଦସ୍ତ ଡ୍ୟାନ୍ସ ପରଫର୍ମାନ୍ସ କାର୍ଯ୍ୟକ୍ରମ ରହିଛି।

Advertisement

ଉଦଘାଟନୀ ଉତ୍ସବର ମଜା ଉଠାଇବାକୁ ଷ୍ଟାଡିୟମରେ ୪୦ ହଜାରରୁ ଅଧିକ ଦର୍ଶକଙ୍କ ସମାଗମ ହେବା ଆଶା କରାଯାଉଛି । ଉଦଘାଟନୀ ଉତ୍ସବର ସିଧାପ୍ରସାରଣ ଦେଖିବା ପାଇଁ ସହରର ୧୬ଟି ସ୍ଥାନରେ ଫ୍ୟାନ୍ ପାର୍କ କରାଯାଇଛି । ପ୍ରତି ଓ୍ୱାର୍ଡ଼ରେ ମଧ୍ୟ ଏଲଇଡି ସ୍କ୍ରିନ୍ର ବ୍ୟବସ୍ଥା ହୋଇଛି ।

ଏହି ମହୋତ୍ସବ ପାଇଁ କଟକରେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କଟକରେ ୨୦୦ ଅଫିସର୍ଙ୍କ ସମେତ ୫୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ଷ୍ଟାଡିୟମ୍ ଭିତରେ ଓ ବାହାରେ ସୁରକ୍ଷା ଦାୟିତ୍ୱରେ ରହିବେ। ରିଙ୍ଗ୍ ରୋଡ୍ରୁ ବାରବାଟୀ ଯାଏ କଡ଼ା ସୁରକ୍ଷା ବ୍ୟବସ୍ଥା ରହିବ। ସୁରକ୍ଷା ଦୃଷ୍ଟିରୁ ଷ୍ଟାଡିୟମ ଭିତରକୁ ଖାଦ୍ୟ ପଦାର୍ଥ, ପାଣି ବୋତଲ ସହ ଫୋଫାଡିଲା ଭଳି ଜିନିଷ ଛଡାଯିବନି। ଷ୍ଟାଡିୟମ ଭିତରେ ଦର୍ଶକଙ୍କ ପାଇଁ ଖାଦ୍ୟ ଓ ପାଣି ଷ୍ଟଲ୍ କରାଯାଇଛି।

archita-sabyasachi

ପାକିଂ ବ୍ୟବସ୍ଥା – ହକି ବିଶ୍ୱକପ୍ ଉଦ୍ଘାଟନୀ ପାଇଁ ୧୧ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ହୋଇଛି । ସାଧାରଣ ଦର୍ଶକଙ୍କ ଗାଡ଼ି ପାଇଁ ୨ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ହୋଇଛି । ଡିସିପି ଅଫିସ ନିକଟ ଓ କ୍ୟାଣ୍ଟନମେଣ୍ଟ ଥାନା ପାଖ ତଳ ବାଲିଯାତ୍ରା ପଡିଆରେ ପାର୍କିଂ ବ୍ୟବସ୍ଥା ହୋଇଛି । ସେହିପରି ଭିଭିଆଇପି ଏବଂ ଭିଆଇପିଙ୍କ ପାଇଁ ଗଡ଼ଗଡ଼ିଆ ମନ୍ଦିର ପାଖ ତଳ ବାଲିଯାତ୍ରା ପଡ଼ିଆ, ଖ୍ରୀଷ୍ଟିଆନ ପଡ଼ିଆ, ଦୟାଶ୍ରମ ପଡ଼ିଆ, ଜାଭିୟର ସ୍କୁଲ, ଓସିଏ ଲନ୍ରେ ପାର୍କିଂ ବ୍ୟବସ୍ଥା ହୋଇଛି । ଏପଟେ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ କେମ୍ବ୍ରିଜ ସ୍କୁଲ ପଡ଼ିଆରେ ପାର୍କିଂ ବ୍ୟବସ୍ଥା ହୋଇଛି । ସେହିପରି କଳାକାରଙ୍କ ପାଇଁ କ୍ଲବ ହାଉସ, ଉପର ବାଲିଯାତ୍ରା ଏବଂ ବାସ୍କେଟବଲ ପଡ଼ିଆରେ ପାର୍କିଂ ବ୍ୟବସ୍ଥା ହୋଇଛି ।

Leave a Reply

Your email address will not be published. Required fields are marked *