Pratidin TV

Odisha's Digital News Platform

ଶପଥ ଗ୍ରହଣ ପୂର୍ବରୁ ଜାତିର ପିତା ମହାତ୍ମା ଗାନ୍ଧୀ, ଅଟଳ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୋଦୀ

1 min read

ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ । ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ୭ଟା ୧୫ରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ରାଷ୍ଟ୍ରପତି ଭବନରେ ହୋଇଛି ଭବ୍ୟ ଆୟୋଜନ ।

ତେବେ ଶପଥ ପୂର୍ବରୁ ସକାଳେ ସେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟରେ ପହଞ୍ଚି ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସନ୍ଧ୍ୟାରେ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଏହା ସହ ନରେନ୍ଦ୍ର ମୋଦୀ ପଣ୍ଡିତ ନେହେରୁଙ୍କ କ୍ରମାଗତ ତିନିଥର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାର ରେକର୍ଡ ସହ ସମାନ ହେବେ। ଏହା ସହିତ ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୱାର ମେମୋରିଆଲରେ ପହଞ୍ଚି ମୋଦୀ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଆଜି ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଏହି ଶପଥ ଗ୍ରହଣ ଉତ୍ସସ ୮ ହଜାର ଅତିଥିଙ୍କ ସମେତ ୭ଟି ପଡୋଶୀ ଦେଶର ନେତାଙ୍କୁ ଆମନ୍ତ୍ରିତ କରାଯାଇଛି। ସେହିପରି ବିରୋଧୀ ତଥା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡେଗଙ୍କୁ ମଧ୍ୟ ଏହି ଉତ୍ସବ ସମାରୋହକୁ ଆମନ୍ତ୍ରିତ କରାଯାଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *