Pratidin TV

Odisha's Digital News Platform

ବଦଳିଲା ବରମୁଣ୍ଡା ବସ୍‌ଷ୍ଟାଣ୍ଡର ନାଁ , ବାବାସାହେବ ଆମ୍ବେଦକରଙ୍କ ନାଁରେ ହେବ ନାମିତ ।

ଭୁବନେଶ୍ୱର ; ନୂଆ ରୂପ ସହ ନୂଆ ନାଁ ପାଇଛି ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍ ଷ୍ଟାଣ୍ଡ । ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟ ର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସ ଷ୍ଟାଣ୍ଡ ।

ଆଗକୁ ଲୋକାର୍ପଣ ହେବାକୁ ଥିବା ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲ ଭାବରେ ପରିଚିତ ହେବ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକର ଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

Leave a Reply

Your email address will not be published. Required fields are marked *