Pratidin TV

Odisha's Digital News Platform

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା , ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର …

1 min read

ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ର ଜରୁରୀ ବୈଠକ । ଏହି ବୈଠକରେ ବଡ଼ ଘୋଷଣା କରିଛନ୍ତି ମୋହନ ସରକାର । ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର । ଯେଉଁଥିରେ ଗୋପାଳପାଳପୁର ପୋର୍ଟର ୯୫ ସେୟାରକୁ ଆଦାନୀ ଗ୍ରୁପକୁ ପ୍ରଦାନ କରାଯାଇଛି । ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ ହାତରେ ଆଉ ବାକି ୫% ଅଂଶଧନ ରହିବ। ଏହି ଚୁକ୍ତିନାମାକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ଦେଇଛନ୍ତି। ଆଦାନୀ ଗ୍ରୁପ୍‌ ପାଖକୁ ଏହି ଅଂଶଧନ ଯିବା ଦ୍ୱାରା ଗୋପାଳପୁର ବନ୍ଦର ଉନ୍ନତି କରଣ କରାଯାଇପାରିବ। ଫଳରେ ରାଜ୍ୟ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ବଢ଼ିବ।

ଭାରତର ସବୁଠୁ ବଡ଼ ପ୍ରାଇଭେଟ ପୋର୍ଟ ସଞ୍ଚାଳକ ଆଦାନୀ ପୋର୍ଟ ଗୋପାଳପୁର ବନ୍ଦରର ସେୟାର କିଣିବା ପାଇଁ ୧୩୪୯କୋଟ ଟଙ୍କା ଖର୍ଚ୍ଚ କରିଛି। ଗୋପାଳପୁର ପୋର୍ଟରୁ ଅଂଶଧନ ପାଇଁ ଆଦାନୀ ପୋର୍ଟ Shapoorji Pallonji Group ରୁ ୫୬ ପ୍ରତିଶତ ଓ Orissa Stevedores ରୁ ୩୯ ପ୍ରତିଶତ ଅଂଶଧନ କିଣିଛି। ସେହିପରି ଏହି କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କୁ ନେଇ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି।

Advertisement

ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସ୍‌ରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଥିବା ବେଳେ ଗୋଟିଏ ବର୍ଷ ଟ୍ରେନିଂ ଏବଂ ୪ ବର୍ଷ ଚାକିରି ପରେ ବି ନିଯୁକ୍ତି ମିଳିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ପୋଲିସ, ଅଗ୍ନିଶମ ଓ ବନବିଭାଗରେ ୧୦% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର।ସେହିପରି ଆଜିର କ୍ୟାବିନେଟ୍‌ରେ ବୈଠକରେ ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ଚାକିରି ମିଳିବ। ଖାଲି ଏତିକି ନୁହେଁ ମା’-ବାପାଙ୍କ ଉପରେ ନିର୍ଭର କରୁଥିବା ବିବାହିତ ଝିଅ/ ସାବତ ଝିଅଙ୍କୁ ମଧ୍ୟ ଚାକିରି ସୁବିଧା ମିଳିବ।

Leave a Reply

Your email address will not be published. Required fields are marked *