Pratidin TV

Odisha's Digital News Platform

ରାଜ୍ୟ ସରକାରଙ୍କ ବଡ ଘୋଷଣା ; ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା ।

ଭୁବନେଶ୍ୱର ; ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତୀ ସନ୍ତାନ ମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନଜେ ଏହାକୁ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *