Pratidin TV

Odisha's Digital News Platform

ବାଚସ୍ପତି ଭାବରେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ: ନାମ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର : ବିଧାନସଭା ବାଜସ୍ପତି ଭାବେ ବିକ୍ରମ କେଶରୀ ଆରୁଖ ନିର୍ବାଚିତ ହୋଇଛନ୍ତି । ସ୍ୱତନ୍ତ୍ର ଅଧିବେଶନରେ ନିଦ୍ୱର୍ନ୍ଦରେ ବିକ୍ରମ  କେଶରୀ ଆରୁଖ ନିର୍ବାଚିତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ବିକ୍ରମ ଆରୁଖଙ୍କ ନାଁ’ ପ୍ରସ୍ତାବ କରିଥିଲେ ।  ଗତ ଶୁକ୍ରବାର ବିକ୍ରମ କେଶରୀ ଆରୁଖ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ପୂର୍ବରୁ ବିକ୍ରମ ଆରୁଖ ସଂସଦୀୟ ବ୍ୟାପର ସହ  ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଥିଲେ । ସେ ଭଞ୍ଜନଗରରୁ ୬ଥର ବିଧାୟକ ହୋଇଥିଲେ । 

ସୂଚନା ଅନୁସାରେ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରୁ  ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିଲେ । ଏପରିକି ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ମଧ୍ୟ ଇସ୍ତଫା ଦେଇଥିଲେ । ସୂର୍ୟ୍ୟନାରାୟଣ ପାତ୍ର ଇସ୍ତଫା ଦେବା ପରେ ବାଚସ୍ପତି ପଦ ଖାଲି ପଡ଼ଥିଲା  । ବାଚନିକ୍ ଭୋଟରେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ । ଗୃହରେ ଘୋଷଣା କଲେ ଉପ-ବାଚସ୍ପତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଚସ୍ପତି ପଦ ପାଇଁ ବିକ୍ରମ କେଶରୀ ଆରୁଖଙ୍କ ନାମ ପ୍ରସ୍ତାବ ଦେଇଥିଲେ। ଖବର ଅନୁଯାୟୀ, ୧୯୯୫ରେ ପ୍ରଥମ ଥର ପାଇଁ ବିକ୍ରମ ଆରୁଖ ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ଜନତା ଦଳ ପ୍ରାର୍ଥୀ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୦ ମସିହାରୁ ଲଗାତର ଭାବେ ବିଜେଡି ଟିକେଟ୍ ରୁ ସେ ଜିତି ଆସୁଛନ୍ତି । ୨୦୦୯ରେ ଚତୁର୍ଥ ଥର ବିଧାୟକ ହେବା ପରେ ପ୍ରଥମ ଥର ପାଇଁ ତାଙ୍କୁ ମନ୍ତ୍ରୀପଦ ମିଳିଥିଲା । ବିକ୍ରମ ଆରୁଖ ଗ୍ରାମ୍ୟ ଉନ୍ନୟନ ଓ ଆଇନ ବିଭାଗ ମନ୍ତ୍ରୀ ହୋଇଥିଲେ। ଏହା ପରଠାରୁ ଆରୁଖ ଆଇନ, ସଂସଦୀୟ ବ୍ୟାପାର, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ଭାବେ ଗୁରୁଦାୟିତ୍ୱ ସମ୍ଭାଳି ଆସିଥିଲେ ।

Advertisement

Leave a Reply

Your email address will not be published. Required fields are marked *