Pratidin TV

Odisha's Digital News Platform

ଓଡିଶା ବାସୀଙ୍କ ସହ ହୋଇଛି ପ୍ରତାରଣା ; ନବୀନ ପଟ୍ଟନାୟକ..

ମୋହନ ସରକାରଙ୍କୁ ଘେରିଲେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଜେପି ର ନିର୍ବାଚନୀ ଇସ୍ତାହାର କୁ ନେଇ କଲେ ଟାର୍ଗେଟ । ସୋସିଆଲ ମିଡ଼ିଆ ଏକ୍ସ ସାଇଟରେ ଟୁଇଟ କରି ନବୀନ କହିଛନ୍ତି ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦ ତଥା ୩,୫୦୦ ଟଙ୍କା ଭତ୍ତା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେଇଥିଲା। ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ଏବଂ ୮୦% ଅକ୍ଷମତା ଥିବା ଭିନ୍ନକ୍ଷମ ଏହି ବର୍ଦ୍ଧିତ ଭତ୍ତା ପାଇବେ।

୪୫,୦୦୦ କୋଟି ଟଙ୍କାର ଋଣ ନେଇ ମଧ୍ୟ ଘୋଷଣା ପାଳନ କରାଯାଉ ନାହିଁ। ଏଥିରୁ ପୁରା ସ୍ପଷ୍ଟ ହେଉଛି, ବିଜେପିର ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ଭତ୍ତାଧାରୀ ବୟସ୍କ ତଥା ସମସ୍ତ ଓଡ଼ିଶାବାସୀଙ୍କ ସହ ପ୍ରତାରଣା ହୋଇଛି। ଏପରି ପ୍ରତାରଣା ଲୋକଙ୍କ ଭିତରେ ଜନ ଅସନ୍ତୋଷ ବଢ଼ାଇଛି। ଏନେଇ ୧୬ ଅଗଷ୍ଟରୁ ବିଜେଡି ଜନଜାଗରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ପ୍ରତି ପଞ୍ଚାୟତରେ ଏନେଇ ସଚେତନତା କାର୍ଯ୍ୟକ୍ରମ କରାଯିବ। ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ବିଜେଡି ଆଗକୁ ବାହାରିବ। ପ୍ରତିଟି କର୍ମୀ ତଥା ସଚେତନ ନାଗରିକ ଏଥିରେ ସାମିଲ ହୋଇ ଲୋକଙ୍କୁ ବିଜେପିର ପ୍ରତାରଣା ବିଷୟରେ ଜାଗ୍ରତ କରିବେ।

ବିଜେପି ଓଡ଼ିଶାର ଲୋକଙ୍କୁ ଭୁଆଁ ନ ବୁଲେଇ, ପ୍ରଦାନ କରିଥିବା ପ୍ରତିଶ୍ରୁତି ପାଳନ କରିବ ବୋଲି କହିଛନ୍ତି ନବୀନ ପଟନାୟକ । ବିଜେପି ନିଜ ପ୍ରତିଶ୍ରୁତି ପୂରଣ ନ କରିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ନିକଟରେ ଏହାକୁ ପହଞ୍ଚାଇବା ପାଇଁ ବିଜେଡି ସର୍ବଦା ନିଜର ଅଭିଯାନ ଜାରି ରଖିବ ନବୀନ ଟୁଇଟରେ କହିଛନ୍ତି ।

Leave a Reply

Your email address will not be published. Required fields are marked *