Pratidin TV

Odisha's Digital News Platform

ପାଣ୍ଡିଆନଙ୍କ ଦମ୍ଭୋକ୍ତି , ୨୮ ରୁ ୨୪ ଆସନ ଜିତିବ ବିଜେଡି ..

ଗତକାଲି  ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ସରିଛି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନରେ  ୭୪ ପ୍ରତିଶତ ଭୋଟ୍ ହୋଇଥିବା ନିର୍ବାଚନ କମିଶନ ସୂତ୍ରରୁ ପ୍ରକାଶ ।  ପ୍ରଥମ ପର୍ଯ୍ୟାୟ ଭୋଟ୍ ସରିବା ସହିତ ଆସିଛି ବିଜେଡିର ନେତା କାର୍ତ୍ତିକ ପାଣ୍ଡିଆନଙ୍କ ବୟାନ । ନିର୍ବାଚନ ମତଦାନ ପରେ ପାଣ୍ଡିଆନ କହିଛନ୍ତି ଯେ, ସବୁ ପର୍ଯ୍ୟୟରେ ବିଜେଡି ଆଗରେ ରହିବ । ବିଶେଷକରି ପ୍ରଥମ ପର୍ଯ୍ୟାୟ ଭୋଟରେ ବିଜେଡି କ୍ଲିନ୍ ସ୍ୱିପ୍ କରିଛି ବୋଲି ପାଣ୍ଡିଆନ କହିଛନ୍ତି ।

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଯେଉଁ ୨୮ ବିଧାନସଭା ଆସନ ପାଇଁ ଭୋଟ୍ ପଡ଼ିଛି,ସେଥିରୁ ବିଜେଡି ୨୪ ଆସନ ଜିତିବ ବୋଲି ଦମ୍ଭୋକ୍ତି ରଖିଛନ୍ତି କାର୍ତ୍ତିକ ପାଣ୍ଡିଆନ । ସେ କହିଛନ୍ତି ଯେ,ସବୁ ପର୍ଯ୍ୟାୟ ଭୋଟରେ ବିଜେଡି ଆଗୁଆ ରହିବ । ତେଣିକି ତାହା ପ୍ରଥମ, ଦ୍ୱିତୀୟ, ତୃତୀୟ କିମ୍ବା ଚତୁର୍ଥ ପର୍ଯ୍ୟାୟ ହେଉ । ତେବେ ପ୍ରଥମ ପର୍ଯ୍ୟାୟରେ ଯେଉଁ ୨୮ ବିଧାନସଭା ଆସନ ପାଇଁ ଭୋଟ୍ ହୋଇଛି ସେଥିରୁ ୨୪ ଆସନ ବିଜେଡି ଜିତିବ ବୋଲି ସେ କହିଛନ୍ତି । ।  ଗତ ନିର୍ବାଚନରେ ଆମେ ଏହି ୨୮ ଆସନରୁ ୨୦ ଆସନ ଜିତିଥିଲୁ କିନ୍ତୁ ଏଥର ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ଲହରି ଅଛି, ତେଣୁ ଓଡ଼ିଶାବାସୀ ମୁଖ୍ୟମନ୍ତ୍ରୀଙ୍କୁ ହିଁ ଚୟନ କରିବେ । ଏଣୁ ଏଥର ୨୮ ଆସନରୁ ୨୪ରୁ ଅଧିକ ଆସନ ବିଜେଡି ଜିତିବ । ଗତ ନିର୍ବାଚନ ଠାରୁ ବିଜେଡି ଏଥର ଆହୁରି ଭଲ କରିବ ବୋଲି ପାଣ୍ଡିଆନ କହିଛନ୍ତି ।

Leave a Reply

Your email address will not be published. Required fields are marked *