Pratidin TV

Odisha's Digital News Platform

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ , ଗୁରୁତର ଅବସ୍ଥାରେ ଚିକିତ୍ସାଳରେ ଭର୍ତ୍ତି ।

1 min read

ନିର୍ବାଚନ ସମୟରେ ପ୍ରଦୀପଙ୍କ ଉପରକୁ ଆକ୍ରମଣ । ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ । ସୋମବାର ସଂସଦୀୟ କ୍ଷେତ୍ରରେ ଭୋଟ ସରିବା ପରେ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ପ୍ରଦୀପ ପାଣିଗ୍ରାହୀ ସମର୍ଥକ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲା। ଏହି ଗଣ୍ଡଗୋଳ ସମୟରେ ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ପ୍ରଦୀପଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି।

ପୁଲିସ ଏହି ଘଟଣାରେ ଶିବଶଙ୍କର ଦାସଙ୍କୁ ଥାନାରେ ଅଟକ ରଖିଛି। ଶିବଶଙ୍କରଙ୍କୁ ଗୋଷାଣୀ ନୂଆଗାଁ ଥାନାରେ ପୁଲିସ ଅଟକ ରଖିବା ପରେ ଥାନା ଆଗରେ ତାଙ୍କର ସମର୍ଥକମାନେ ହୋହଲ୍ଲା କରିଥିଲେ। ଶିବଶଙ୍କରଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ଇଭିଏମ ଠିକ ଭାବେ ସିଲ ହୋଇନଥିବା ଅଭିଯୋଗକୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।

Advertisement

Leave a Reply

Your email address will not be published. Required fields are marked *