Pratidin TV

Odisha's Digital News Platform

(video)ପ୍ରଶାନ୍ତ କାଳୁ ଟିକେଟ କଳି, ବିଜେପିି ପାର୍ଟି ଅଫିସ୍ ରେ ପସି ହଙ୍ଗାମା କଲେ କର୍ମୀ …

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟ ଭିତରେ ପଶି ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର କର୍ମିମାନେ ହାଙ୍ଗାମା କରିଛନ୍ତି । ଦଳିୟ କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଖୋର୍ଦ୍ଧାର ବିଜେପି ନେତା କାଳୁ ଖଣ୍ଡାତରାୟଙ୍କ ସମର୍ଥକମାନେ ସେଠାକୁ ଧସେଇ ପଶିଥିଲେ । ଏପରିକି ସେଠାରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମଧ୍ୟ ଠେଲାପେଲା କରିଥିଲେ । ପରବର୍ତ୍ତି ସମୟରେ ବିଜେପି ମୁଖପାତ୍ର ସୋନାଲି ସାହୁଙ୍କୁ ମଧ୍ୟ କର୍ମିମାନେ ଘେରିଯାଇଥିଲେ । ଉଭୟ ସୋନାଲି ଏବଂ ପ୍ରଶାନ୍ତ ଜଗଦ୍ଦେବ ଉତ୍ୟେକ୍ତ କର୍ମିଙ୍କୁ ବୁଝାସୁଝା କରିବାକୁ ଚେଷ୍ଠା କରିଥିଲେ । ହେଲେ ଦୀର୍ଘ ସମୟ ଧରି ସେଠାରେ ଉତ୍ତେଜନା ପରିସ୍ଥିତ ଲାଗି ରହିଥିଲା ।

ତେବେ ଘଟଣାରୁ ପ୍ରକାଶ ଯେ,ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବ ଖୋର୍ଦ୍ଧାରୁ ବିଧାୟକ ପ୍ରାର୍ଥୀ ହେବା ନେଇ ଏକ ଦଳୀୟ କାର୍ଯ୍ୟକ୍ରମରେ ଘୋଷଣା ହୋଇଥିଲା । ଯାହାର ଏକ ଭିଡିଓ ଭାଇରାଲ ହେବା ପରେ କାଳୁ ଖଣ୍ଡାୟତରାୟ କର୍ମି ଉତ୍ୟେକ୍ତ ହୋଇ ଉଠିଥିଲେ । ସେମାନେ ପ୍ରଥମେ ଖୋର୍ଦ୍ଧା ବିଜେପି କାର୍ଯ୍ୟାଳୟରେ ହାଙ୍ଗାମା କରିବା ପରେ ଭୁବନେଶ୍ୱର ଆସି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟ ଗଣ୍ଡଗୋଳ କରିଥିଲେ । ପରିସ୍ଥିତିକୁ ଶାନ୍ତ କରିବା ପାଇଁ ପ୍ରଶାନ୍ତ ଜଗଦ୍ଦେବ ଘୋଷଣା କରିଥିଲେ ଯେ, ଖୋର୍ଦ୍ଧାରୁ କାଳୁଖଣ୍ଡାୟତ ରାୟ ଲଢେଇ କରିବେ । ମୁଁ ଯେତେବେଳେ ଦଳରେ ସାମିଲି ହେଲି ସେତେବେଳେ କୌଣସି ସର୍ତ୍ତ ରଖି ନାହିଁ । ଦଳରେ ଯୋଗଦେବା ପୂର୍ବରୁ କାଳୁଭାଇଙ୍କ ସହିତ କଥା ହୋଇଥିଲି । ସେ ମୋତେ ଆଣି ଦଳରେ ମିଶାଇଛନ୍ତି । ସେ ନିର୍ବାଚନ ଲଢନ୍ତୁ, ମୁଁ ତାଙ୍କୁ ସଂପୂର୍ଣ୍ଣ ସହଯୋଗ କରିବି ବୋଲି ପ୍ରଶାନ୍ତ ଜଗଦ୍ଦେବ କହିଥିଲେ । ବହୁ ବୁଝାବୁଝି ପରେ କାଳୁ ଖଣ୍ଡାୟତରାୟଙ୍କ କର୍ମିମାନେ ଥଣ୍ଡା ପଡିଥିଲେ ।

Leave a Reply

Your email address will not be published. Required fields are marked *