Pratidin TV

Odisha's Digital News Platform

ଆସିଲା ବିଜେପି ର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ନିର୍ବାଚନ ଲଢ଼ିବେ ଶ୍ରୀରାମ ..

1 min read

ଲୋକସଭା ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି । ୧୭ଟି ରାଜ୍ୟର ୧୧୧ଟି ଲୋକସଭା ଆସନ ପାଇଁ ନାମ ଘୋଷଣା କରାଯାଇଛି । ତାଲିକାରେ ଲୋକପ୍ରିୟ ଧାରାବାହିକ ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଖ୍ୟାତାନାମା ଅଭିନେତା ଅରୁଣ ଗୋଭିଲଙ୍କୁ ଉତ୍ତରପ୍ରଦେଶର ମିରଟରୁ ପ୍ରାର୍ଥୀ କରିଛି ବିଜେପି । ସେହିପରି କଙ୍ଗନା ରାଣାୱତଙ୍କୁ ହିମାଚଳ ପ୍ରଦେଶର ମଣ୍ଡି ଆସନରୁ ପ୍ରାର୍ଥୀ ଭାବେ ଦଳ ଟିକେଟ ଦେଇଛି । ତାହା ସହିତ କଂଗ୍ରେସ ଛାଡି ବିଜେପିରେ ସାମିଲ ହେବା ପରେ ଜଣାଶୁଣା ଶିଳ୍ପପତି ନବୀନ ଜିନ୍ଦଲଙ୍କୁ କୁରୁକ୍ଷେତ୍ର ଆସନରୁ ଟିକେଟ ଦିଆଯାଇଛି ।

ଏଥର ସୁଲତାନପୁରରୁ ପୁଣି ପ୍ରାର୍ଥୀ ହେଉଛନ୍ତି ମେନକା ଗାନ୍ଧୀ । ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭାଉଜ ସୀତା ସୋରେନଙ୍କୁ ଡୁମକା ଆସନରୁ ପ୍ରାର୍ଥୀ କରାଯାଇଛି । ବେଗୁସରାଇରୁ ଗିରିରାଜ ସିଂହ, ପାଟଣାସାହେବରୁ ରବିଶଙ୍କର ପ୍ରସାଦଙ୍କୁ ଦଳ ଟିକେଟ ଦେଇଛି । ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ, ଭିକେ ସିଂହ, ପୂର୍ବତନ କେନ୍ଦ୍ରମନତ୍ରୀ ଅନନ୍ତ ହେଗଡେ, ସାଂସଦ ବରୁଣ ଗାନ୍ଧୀଙ୍କୁ ତାଲିକାରୁ ବାଦ ଦିଆଯାଇଛି । ପଞ୍ଚମ ପର୍ଯ୍ୟାୟେର ଓଡ଼ିଶା, ଉତ୍ତରପ୍ରେଦଶ, ଆନ୍ଧ୍ରପ୍ରେଦଶ, ବିହାର, ଗୋଆ, ଗୁଜରାଟ, ହରିୟାଣା, ହିମାଚଳ ପ୍ରେଦଶ, ଝାଡ଼ଖଣ୍ଡ, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ମେିଜାରାମ, ରାଜସ୍ଥାନ, ସିକ୍କିମ, ତେଲଙ୍ଗାନା ଓ ପଶ୍ଚିମବଙ୍ଗର ବିଭିନ୍ନ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବେିଜପି ।

Advertisement

Leave a Reply

Your email address will not be published. Required fields are marked *