Pratidin TV

Odisha's Digital News Platform

ଭୟଙ୍କର ଦୁର୍ଘଟଣା ; ବ୍ରିଜ୍ ଭାଙ୍ଗି ତଳକୁ ଖସିଲା ବସ୍ , ୧୫ ମୃତ ଚାଲିଛି ଉଦ୍ଧାର କାର୍ଯ୍ୟ

ମଧ୍ୟପ୍ରଦେଶ : ସକାଳୁ ସକାଳୁ ଭୟଙ୍କର ଦୁର୍ଘଟଣା । ମଧ୍ୟପ୍ରଦେଶ ଖରଗୋନ ଅଞ୍ଚଳରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା । ପୋଲ ତଳକୁ ଖସି ପଡିଛି ଯାତ୍ରୀବାହି ବସ୍ । ସୂଚନା ଅନୁଯାୟୀ ଆଜି ସକାଳ ସମୟରେ ଇନ୍ଦୋର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ ହଥିନି ନଦୀ ପାର୍ ହେଉଥିବା ବେଳେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା।
ଘଟଣା ସ୍ଥଳରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ହୋଇଛନ୍ତି।

ଇନ୍ଦୋର ଅଭିମୁଖେ ଯାଉଥିବା ଘରୋଇ ବସ୍ରେ ପ୍ରାୟ ୫୦ ଯାତ୍ରୀ ଥିଲେ। ବସ୍ଟି ହାଥିନୀ ନଦୀ ଉପରେ ଯାଉଥିବା ବେଳେ ଡ୍ରାଇଭର ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇ ବସିଲେ। ଏହାପରେ ଗାଡ଼ିଟି ଭାରସାମ୍ୟ ହରାଇ ପୋଲ ବାଡ଼ା ଭାଙ୍ଗି ତଳକୁ ଖସି ପଡ଼ିଥିଲା। ଏହାଦେଖି ସ୍ଥାନୀୟ ଲୋକେ ଦୁର୍ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ମାନଙ୍କୁ ଆମ୍ବୁଲାନ୍ସରେ ହସ୍ପିଟାଲ ପଠାଇବା ସହ ଘଟଣା ସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *