Pratidin TV

Odisha's Digital News Platform

ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ

କୋଲକାତା ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ । ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କରିଛି ସିବିଆଇ । ସନ୍ଦୀପଙ୍କୁ ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ସିବିଆଇ ନେଇଥିବା ସୂଚନା ମିଳିଛି । କହିରଖୁଛୁ ଅଭୟା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହିଛି ଆରଜି କର ହସ୍ପିଟାଲ ।

ହସ୍ପିଟାଲରେ ସମ୍ଭାବ୍ୟ ଅର୍ଥ ହେରଫେରକୁ ନେଇ ସିବିଆଇ ତାଙ୍କ ବିରୋଧରେ ତଦନ୍ତ କରୁଥିଲା । ବିଶେଷ କରି ରୋଗୀଙ୍କ ସେବା ପାଇଁ କିଣା ଯାଉଥିବା ସାମଗ୍ରୀରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା । ଏହାର ତଦନ୍ତ କରି ଆଜି ସିବିଆଇ ସନ୍ଦୀପଙ୍କୁ ଗିରଫ କରିଛି ।

ସୂଚନା ଅନୁଯାୟୀ, କୋଲକାତାର ଆର୍‌.ଜି କର ମେଡିକାଲ କଲେଜକୁ ନେଇ ବିବାଦ ଲାଗି ରହିଛି। ଏଠାରେ ଅଗଷ୍ଟ ୯ରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା। ଏହା ଏହି ମାମଲାରେ ସିବିଆଇ ତଦନ୍ତ କରୁଛି। ଏଥିରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସଞ୍ଜୟ ରୟଙ୍କୁ ସିବିଆଇ ଗିରଫ କରିସାରିଛି। ସନ୍ଦୀପ ବାରବାର ନିଜ ବିବୃତି ବଦଳାଇବା କାରଣରୁ ଅନୁସନ୍ଧାନକାରୀ ତାଙ୍କ ବିବୃତିରେ ସନ୍ତୁଷ୍ଟ ହୋଇନଥିଲେ |

ତେବେ ଏହି ଘଟଣାରେ ମେଡିକାଲ କଲେଜର ପୂର୍ବତନ ଡେପୁଟି ଅଧ୍ୟକ୍ଷ ଅଖତର ଅଲ୍ଲୀ ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ବିରୋଧରେ ଆର୍ଥିକ ଅନିୟମିତତାର ଅଭିଯୋଗ ଆଣିଥିଲେ | ଏଥିଯୋଗୁଁ ଦୁଷ୍କର୍ମ ଓ ହତ୍ୟା ଘଟଣା ସହ ଆର୍ଥିକ ଦୁର୍ନୀତିର ମଧ୍ୟ ଖୋଳତାଡ଼ କରୁଥିଲା ସିବିଆଇ ।

Leave a Reply

Your email address will not be published. Required fields are marked *