Pratidin TV

Odisha's Digital News Platform

୩ ଦିନିଆ ରିମାଣ୍ଡରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ, ଜେଲରେ ଜେରା କରିବ ସିବିଆଇ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ୩ ଦିନିଆ ଲାଗି ରିମାଣ୍ଡରେ ନେଲା ସିବିଆଇ | ଦିଲ୍ଲୀ ରାଉଜ୍ ଆଭେନ୍ୟୁ କୋର୍ଟ ୩ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି | ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ତିହାର ଜେଲରେ ପଚରାଉଚରା କରିବ ସିବିଆଇ ଟିମ୍ | ଦିଲ୍ଲୀ ମଦନୀତି ମାମଲାରେ କରିବ ଛାନବିନ।

ସୂଚନା ଅନୁଯାୟୀ, କେଜରିୱାଲଙ୍କୁ ପଚରାଉଚରା ପାଇଁ ସିବିଆଇ ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିବା ବେଳେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ୩ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଥିଲେ | ତେଣୁ ଆଜି କେଜ୍ରିୱାଲଙ୍କୁ ତିହାର ଜେଲରେ ପଚରାଉଚରା କରିବ ସିବିଆଇ ଟିମ୍। ପୂର୍ବରୁ ଇଡି ଦ୍ୱାରା ଗିରଫ ହୋଇଥିବା କେଜ୍ରିୱାଲଙ୍କୁ ଗତକାଲି ବିଧିବଦ୍ଧ ଭାବେ ଗିରଫ କରିଥିଲା ସିବିଆଇ।

Leave a Reply

Your email address will not be published. Required fields are marked *