Pratidin TV

Odisha's Digital News Platform

CBSE ସ୍କୁଲରେ ଏଣିକି ଓଡିଆରେ ଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ …

1 min read

ଭୁବନେଶ୍ୱର : ଏଣିକି ଇଂରାଜୀ ମିଡିଅମ୍ ସ୍କୁଲରେ ଓଡିଆରେ ପାଠ ପଢିପାରିବେ ଛାତ୍ରଛାତ୍ରୀ । କେବଳ ଇଂରାଜୀ ଓ ହିନ୍ଦୀ ନୁହଁ ବରଂ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢି ପାରିବା ପାଇଁ ଅପସନ ରହିବ । ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା।

କିନ୍ତୁ ଏବେଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା ସମେତ ଓଡ଼ିଆ ଏବଂ ଅନ୍ୟ ଆଞ୍ଚଳିକ ଭାଷାରେ ପଢାଯାଇପାରିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାଦ୍ୱାରା ଛାତ୍ରଛାତ୍ରୀ ଭଲ ଭାବେ ପାଠକୁ ବୁଝି ପାରିବେ । ଏନେଇ କୌଣସି ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନି । ଯିଏ ଚାହିଁବ, ଆଞ୍ଚଳିକ ଭାଷାରେ ପାଠ ପଢ଼ି ପାରିବ।

Advertisement

Leave a Reply

Your email address will not be published. Required fields are marked *