Pratidin TV

Odisha's Digital News Platform

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତି ପରିଡା

1 min read

ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ଆଜି ଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତି ପରିଡା | ଅନ୍ୟପଟେ ସମସ୍ତଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ଦ୍ରୌପଦୀ ମୁର୍ମୁ |

ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ ଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର ରହିଛି କାର୍ଯ୍ୟକ୍ରମ | ତେବେ ଆସନ୍ତା ମାସରେ ରଥ ଯାତ୍ରା ଥିବା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଥିବା ଜଣାପଡିଛି | ତେବେ ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିତ୍ୟିହିବା ଜଣାପଡିଛି | ରାଜ୍ୟ ପାଇଁ ଆଗାମୀ ୧00 ଦିନର ରୋଡ଼ ମ୍ୟାପ ମଧ୍ୟ ପ୍ରସ୍ତୁତି କରାଯିବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି |

Advertisement

Leave a Reply

Your email address will not be published. Required fields are marked *