Pratidin TV

Odisha's Digital News Platform

ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ..

1 min read

 ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  ଆସନ୍ତା ୧୮ ତାରିଖରୁ ଦୁଇ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ ଅବସରରେ ନିବେଶକଙ୍କୁ ଭେଟି ନିବେଶ ସଂପର୍କରେ ଆଲୋଚନା କରିବେ। ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁମ୍ବାଇ ଗସ୍ତରେ ଯିବେ ।

ମୁଖ୍ୟମନ୍ତ୍ରୀ ମୁମ୍ବାଇରେ ନିବେଶକଙ୍କୁ ଭେଟି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ। ଓଡ଼ିଶାରେ ଶିଳ୍ପାୟନ ପାଇଁ ଥିବା ସମ୍ଭାବନା ସଂପର୍କରେ ଶିଳ୍ପ ବିଭାଗ ପକ୍ଷରୁ ସେଠାରେ ଏକ ରୋଡ ଶୋ’ରେ ମଧ୍ୟ ଯୋଗ ଦେବେ। କେନ୍ଦୁଝରରେ ଏକ ଇସ୍ପାତ କାରଖାନା ପ୍ରତିଷ୍ଠା ପାଇଁ ସେ ନିବେଶକଙ୍କ ସହ ଆଲୋଚନା କରିବେ। କେନ୍ଦୁଝର ଗସ୍ତରେ ଯାଇ ଏ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Advertisement

Leave a Reply

Your email address will not be published. Required fields are marked *