Pratidin TV

Odisha's Digital News Platform

୭୯ ବର୍ଷରେ ପାଦ ଦେଲେ ନବୀନ ପଟ୍ଟନାୟକ , ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ….

1 min read

ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଆଜି ୭୮ ତମ ଜନ୍ମଦିବସ । ୭୮ ବର୍ଷ ପୂରି ୭୯ ବର୍ଷରେ ପାଦ ଦେଇଛନ୍ତି ନବୀନ । ଏହି ଅବସରରେ ନବୀନଙ୍କୁ ସବୁ ମହଲରୁ ଛୁଟିଛି ଶୁଭେଚ୍ଛାର ସୁଅ । ନବୀନଙ୍କ ଜନ୍ମଦିନକୁ ଆଜି ଜନସେବାର ସଂକଳ୍ପ ଦିବସ ଭାବେ ପାଳନ କରୁଛି ବିଜୁ ଜନତା ଦଳ । ତେବେ ଏହାରି ମଧ୍ୟରେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ଉତ୍ତମ ସ୍ବାସ୍ଥ୍ୟ ଓ ନିରାମୟ ଜୀବନ କାମନା କରୁଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌ର ଜବାବ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ।ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ଶୁଭେଚ୍ଛା। ମହାପ୍ରଭୁଙ୍କ ପାଖରେ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି।

୧୯୪୬ ମସିହା ଅକ୍ଟୋବର ୧୬ ତାରିଖରେ ପିତା ବିଜୁ ପଟ୍ଟନାୟକ, ମାଆ ଜ୍ଞାନ ପଟ୍ଟନାୟକଙ୍କ କୋଳ ମଣ୍ଡନ କରନ୍ତି ନବୀନ । ସେ ଦିନ ଥିଲା ଓଡ଼ିଶା ପାଇଁ ଏକ ଐତିହାସିକ ଦିନ । କଟକ ଆନନ୍ଦ ଭବନରେ ଜନ୍ମ ଗ୍ରହଣ କରିଥିବା ନବୀନ ଦେଶ ବିଦେଶର ସୁନାମଧନ୍ୟ ଶିକ୍ଷାନୁଷ୍ଠାନରେ ପାଠ ପଢିଛନ୍ତି । ବିଜୁ ବାବୁଙ୍କ ଦେହାନ୍ତ ପରେ ପୂର୍ବତନ ଜନତା ଦଳର କିଛି ନେତାଙ୍କ ନେତୃତ୍ବ ନେଇ ରାଜନୀତିରେ ପାଦ ଥାପିଲେ ନବୀନ ପଟ୍ଟନାୟକ ।

୧୯୯୭ ଡିସେମ୍ବରରେ ଏକ ଆଞ୍ଚଳିକ ଦଳ ଭାବେ ମୁଣ୍ଡ ଟେକିଲା ବିଜୁ ଜନତା ଦଳ । ୧୯୯୮ ଓ ୧୯୯୯ରେ ବିଜେଡିରୁ ଦୁଇ ଦୁଇ ଥର ଲୋକସଭା ନିର୍ବାଚନ ଜିତି କେନ୍ଦ୍ରରେ ମନ୍ତ୍ରୀ ହେଲେ ନବୀନ । ସେବେଠୁ ନବୀନ ହୋଇଯାଇଥିଲେ ଓଡ଼ିଶା ରାଜନୀତିର ଅପ୍ରତିଦ୍ବନ୍ଦୀ ଜନନାୟକ । ଲଗାତାର ୨୪ ବର୍ଷ ଧରି ଓଡ଼ିଶାର ମୁଖ୍ଯମନ୍ତ୍ରୀ ଭାବେ ଲୋକଙ୍କର ସେବା କରିଆସିଛନ୍ତି । ସାରା ବିଶ୍ବରେ ଓଡିଶାକୁ ପରିଚିତ କରାଇଥିବା ମହାନ ଜନନେତା ହେଉଛନ୍ତି ନବୀନ । ତାଙ୍କ ଦୃଢ ନେତୃତ୍ବରେ ଓଡ଼ିଶାକୁ ଅଗ୍ରଣୀ କରିଛି । ଶିକ୍ଷାଠୁ ସ୍ବାସ୍ଥ୍ୟ, ଶିଳ୍ପଠୁ କ୍ରୀଡ଼ା ସବୁ କ୍ଷେତ୍ରରେ ଓଡ଼ିଶା ହାସଲ କରିଛି ସ୍ବତନ୍ତ୍ର ପରିଚୟ ।

Leave a Reply

Your email address will not be published. Required fields are marked *