Pratidin TV

Odisha's Digital News Platform

ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ | ଦୀର୍ଘ ଦିନ ଦ୍ଧରି ସେ କ୍ୟାନସର ରୋଗରେ ପୀଡିତ ଥିଲେ | ତେବେ ତାଙ୍କର ଚିକତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି | ଆଉ ଆଜି ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ |

ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତିଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଥିଲେ ଭକ୍ତ | ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ | ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଙ୍ଗୀତମୟ ନିବେଦନ | ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା | ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ବର୍ଣନା କରି ମୁଖ୍ୟମନ୍ତ୍ରୀ କରିଛନ୍ତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି |

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି |

Leave a Reply

Your email address will not be published. Required fields are marked *