Pratidin TV

Odisha's Digital News Platform

ଦିଗପହଣ୍ଡି ବସ୍ ଦୁର୍ଘଟଣା : ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

1 min read

ଭୁବନେଶ୍ୱର : ରାଜ୍ୟକୁ ଘେରିଛି ବିପଦର କଳାବାଦଲ । ଗୋଟେ ପରେ ଗୋଟେ ଅଶୁଭ ଘଟଣା ଘଟିବାରେ ଲାଗିଛି । ପ୍ରଥମେ ବାହାନଗା ଟ୍ରେନ ଦୁର୍ଘଟଣା , ତାପରେ ଭଦ୍ରକ ଓ ଗତକାଲି ଗଞ୍ଜାମର ଦିଗପହଣ୍ଡିରେ ଘଟିଯାଇଛି ଭୟଙ୍କର ଦୁର୍ଘଟଣା । ଏକ ଘରୋଇ ବସ୍ ବିବାହ ଭୋଜି ସାରି ଫେରୁଥିବା ବେଳେ ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଙଝଜଞଉ ସହ ଆମ୍ନା ସାମ୍ନି ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଳରେ ହିଁ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୋଲିସ ସହାୟତାରେ ଆହତ ମାନଙ୍କୁ ବ୍ରହ୍ମପୁର ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ତେବେ ଏହି ଘଟଣାଟି ପୁଣି ରାଜ୍ୟବାସୀଙ୍କୁ ସ୍ତବ୍ଧ କରିପକାଇଛି । ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Advertisement

ସେହିଭଳି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲ୍ଲା ପ୍ରଶାସନର ତତ୍ତ୍ୱାବଧାନରେ ଆହତଙ୍କ ଚିକିତ୍ସା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *