Pratidin TV

Odisha's Digital News Platform

ପୁଣି ବଢିଲା କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୧୭ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ

1 min read

ନୂଆଦିଲ୍ଳୀ: କରୋନା ଭାଇରସ୍ ପୁଣିଥରେ ବ୍ୟାପିବାରେ ଲାଗିଛି । ଦିନକୁ ଦିନ ପଜିଟିଭ ସଂଖ୍ୟା ବଢ଼ିବାରେ ଲାଗିଛି । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭,୦୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ଦେଶରେ କରୋନା ମୃତ୍ୟୁସଂଖ୍ୟା ୫ ଲକ୍ଷ ୨୫ ହଜାର ୨୦କୁ ବୃଦ୍ଧି ପାଇଛି । ଦେଶର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ହଜାର ୪୨୦ ରହିଛି । ବର୍ତ୍ତମାନ ସୁଦ୍ଧା ୪ କୋଟି ୨୭ ଲକ୍ଷ ୮୭ ହଜାର ୬୦୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଦିନକରେ ଦେଶରେ ୨୧ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ ଏବଂ ୧୦,୯୧୭ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଲକ୍ଷେ ମୁହାଁ ହୋଇଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୪୪୨୦କୁ ବୃଦ୍ଧି ପାଇଛି । ଦେଶର ଦୈନିକ ପଜିଟିଭ ରେଟ୍ ୨.୫୯%ରେ ପହଞ୍ଚିଛି ।ଏଯାବତ୍ ୪,୨୭,୮୭,୬୦୬ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ ୫,୨୫,୦୨୦ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୯୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷରୁ ଅଧିକ ଲୋକେ ଟିକା ନେଇଛନ୍ତି ।

Advertisement

Leave a Reply

Your email address will not be published. Required fields are marked *