Pratidin TV

Odisha's Digital News Platform

ବଢୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ୧୪ ହଜାର ଆକ୍ରାନ୍ତ

1 min read

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା । କିଛି ଦିନ ହେବ ସଂକ୍ରମଣ ୧୦ ହଜାର ଉପରେ ରହିଛି । ମଙ୍ଗଳର ତୁଳନାରେ ପୁଣି ବଢିଲା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ ୧୪,୫୦୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ସଂକ୍ରମଣ ସହ ଆଜି ମୃତ୍ୟୁସଂଖ୍ୟା ଅଧିକ ରେକର୍ଡ ହୋଇଛି ।

ଦିନକରେ ଦେଶରେ ୩୦ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । ଏଯାବତ ଦେଶରେ ୫ ଲକ୍ଷ ୨୫ ହଜାର ୦୭୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଲକ୍ଷେ ମୁହାଁ ହୋଇଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୯,୬୦୨କୁ ବୃଦ୍ଧି ପାଇଛି ।ଦେଶର ଦୈନିକ ପଜିଟିଭ ରେଟ୍ ୩.୩୫%ରେ ପହଞ୍ଚିଛି । ଏଯାବତ୍ ୪ କୋଟି ୨୮ ଲକ୍ଷ ୦୮ ହଜାର ୬୬୬ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଦେଶବ୍ୟାପୀ ସମୁଦାୟ ୧୯୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

Advertisement

Leave a Reply

Your email address will not be published. Required fields are marked *