Pratidin TV

Odisha's Digital News Platform

ମାଡ଼ି ଆସୁଛି ‘ଦାନା’, ପାରାଦୀପରୁ ୧୫୦ କିମି ଦୂରରେ ‘ଦାନା…

1 min read

ସ୍ଥଳଭାଗ ମୁହାଁ ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’। ଆଜି ରାତି ୩ଟାରୁ ଭୋର୍ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ପାରାଦୀପଠାରୁ ବାତ୍ୟା 150 କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ 180 କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୦କିମି ବେଗରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି।

ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା। ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା। ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଅକ୍ଟୋବର ୨୫ରେ ବର୍ଷା ନେଇ ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ ପୁରୀ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ମୟୂରଭଂଜ, ବାଲେଶ୍ବର, ନୟାଗଡ଼, ବୌଦ୍ଧ ଓ ସୋନପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ପାରାଦୀପରେ ୨୫.୮ମିମି ଓ ଚାନ୍ଦବାଲିରେ ୨୪.୭ମିମି ବର୍ଷା ରେକର୍ଡ କରାଯାଇଛି।

Advertisement

Leave a Reply

Your email address will not be published. Required fields are marked *