Pratidin TV

Odisha's Digital News Platform

ଆସୁଛି ବାତ୍ୟା ରେମାଲ , ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ ..

1 min read

ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ବାତ୍ୟା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଏହା କ୍ରମଶଃ ତୀବ୍ର ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ। ଆସନ୍ତାକାଲି ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ସାଗରଦ୍ୱୀପ ଓ ଖେପୁପରା ମଝିରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଉତ୍ତର ଓ ଉପୂକଳ ଓ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ସୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରବିବାର ସକାଳ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବୋଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ନୁଆପଡା ଜିଲାର ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି।ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Advertisement

Leave a Reply

Your email address will not be published. Required fields are marked *