Pratidin TV

Odisha's Digital News Platform

ଭୀଷଣ ରୂପ ନେବ ବାତ୍ୟା ‘ରେମାଲ’ , ଆଜି ମଧ୍ୟରାତ୍ରୀରେ ଛୁଇଁବ ସ୍ଥଳଭାଗ……

1 min read

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଘୂର୍ଣ୍ଣି ବଳୟ ବାତ୍ୟାର ରୂପ ନେଇଛି । ଆଜି ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗ-ବାଂଲା ଉପକୂଳରେ ଛୁଇଁବ ସ୍ଥଳଭାଗ । ପଶ୍ଚିମବଙ୍ଗ ଉପକୂଳ ପାଇଁ ରେଡ ୱାର୍ଣ୍ଣିଂ ଜାରି । ଉତ୍ତର-ପଶ୍ଚିମ ଓ ସଂଲଗ୍ନ ଉତର-ପୂର୍ବ ବଙ୍ଗୋପସାରରେ ବାତ୍ୟା ଅଧିକ ଘନୀଭୂତ ହେବା ସହ ୬ ଘଣ୍ଟା ଧରି ୬ କିଲୋମିଟର ବେଗରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଗତି କରୁଛି ।

ବର୍ତମାନ ଏହାର ପଶ୍ଚିମବଙ୍ଗ ସାଗରଦ୍ୱୀପ ଠାରୁ ୨୯୦ ଏବଂ ବାଂଲାଦେଶ ଖେପୁପାରା ଠାରୁ ୩୦୦ କିମି ଦୂରରେ ରହିଛି । ଦୀଘାଠୁ ୩୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ ପଶ୍ଚିମବଙ୍ଗରେ ରହିଛି । ମଧ୍ୟରାତ୍ରିରେ ଏହା ଭୀଷଣ ବାତ୍ୟା ରୂପରେ ସ୍ଥଳଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ୧୧୦ରୁ ୧୨୦ କିଲୋମିଟର ପ୍ରତିଘଣ୍ଟା ରହିବ ।

ଏହି ବାତ୍ୟାର ପ୍ରଭାବ ଆସନ୍ତାକାଲି ସକାଳ ସୁଦ୍ଧା ଓଡିଶାର କିଛି ଜିଲ୍ଲାରେ ପ୍ରଭାବ ପକେଇବ । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଓ କେନ୍ଦ୍ରାପଡା । ଏହି ସମୟରେ ଜିଲ୍ଲାଗୁଡିକରେ ପବନର ବେଗ ୪୦ରୁ କିଲୋମିଟର ପ୍ରତିଘଂଟା ରହିବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ରାଜ୍ୟର ସମସ୍ତ ବନ୍ଦର ଗୁଡିକୁ ୧ନଂ ବିପଦ ସଙ୍କେତ ଜାରି କରାଯାଇଥିବା ବେଳେ ୨୭ ତାରିଖ ଯାଏ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ ମଧ୍ୟ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *